ଜିଲ୍ଳା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ l

ଜିଲ୍ଳା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ତାଳଚେର, ୦୯/୦୯ ଆଜି ଜିଲ୍ଳାପାଳ ଅବଦାଲ ମୁହମ୍ମଦ ଅଖତାରଙ୍କ ଅଧ୍ୟକ୍ଷତାରେ ତାଳଚେର ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଳା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧ୍ୟକ୍ଷ ଯୋଗଦେବା ସହିତ ସମସ୍ତ ପଦାଧିକାରୀ ମାନେ ଉପସ୍ଥିତ ଥିଲେ । ଏହି ଶିବିରରେ ସମୁଦାୟ ୪୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୯ଟି ଗ୍ରାମ୍ୟଭିତିକ ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ ଦୁଇଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମ ଜିଲ୍ଳା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ ମହନ୍ତ, ତାଳଚେର ଉପଜିଳ୍ଳାପାଳ ସମୀର ଜେନା, ପ୍ରୋବେଶନର କସ୍ତୁରୀ ସା, ଜିଲ୍ଳା ମୁଖ୍ୟଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ମଦନ ମୋହନ ପ୍ରଧାନ, ଜିଲ୍ଳା ଶିକ୍ଷାଧିକାରୀ ନିରଞ୍ଜନ ସାହୁ, ମଙ୍ଗଳ ଅଧିକାରୀ ଦିଲ୍ଳୀପ ମିଶ୍ର, ଜିଲ୍ଳା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଳା ସମାଜମଙ୍ଗଳ ଅଧିକାରିଣୀ ନିରୁପମା ପାଣି, କୃଷି ଅଧିକାରୀ ଉମାଶଙ୍କର ମିଶ୍ର, ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ଃ ନିରୋଜ ଦାସଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଓ ବ୍ଲକ ସ୍ତରୀ ଅଧିକାରୀମାନେ ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ. ଗ୍ରାମୀଣ ଆବାସ, ଜମିଜମା ସମସ୍ୟା ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ବୋଲି ଜିଲ୍ଳା ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଧଳ ଏକ ପ୍ରେସ୍ ବାର୍ତା ମାଧ୍ୟମରେ ସୂଚନା ଦେଇଛନ୍ତି ।

Talcher Khabar
Author: Talcher Khabar

Leave a Comment

और पढ़ें

best news portal development company in india

Cricket Live Score

Rashifal

और पढ़ें